www.samajalive.in
Saturday, December 6, 2025
23.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ: ୨ ମୃତ, ହାଇଆଲର୍ଟ ଜାରି

ସମାଜଲାଇଭ ଡେସ୍କ: ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ଘଟିଥିବା ବିସ୍ଫୋରଣ ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପୁଲିସ ଏବଂ ଅଗ୍ନିଶମ ବାହିନୀ ପଦକ୍ଷେପ ନେଇଛନ୍ତି। ବିସ୍ଫୋରଣ ପଛରେ କାହାର ହାତ ରହିଛି ତାହା ଜଣାପଡ଼ି ନ ଥିବାବେଳେ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି।

ପୁରୁଣା ଦିଲ୍ଲୀର ଲାଲ୍‌ କିଲ୍ଲା ନିକଟରେ ରହିଥିବା ଏକ କାରରେ ଏହି ଭୟଙ୍କର ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ବିସ୍ଫୋରଣର କାରଣ ଜଣାପଡ଼ି ନାହିଁ। ବିସ୍ଫୋରଣ ପରେ ଅନ୍ୟ ୩ଟି କାରରେ ନିଆଁ ଲାଗିଯାଇଥିଲା। ତେବେ ବିସ୍ଫୋରଣ ଯୋଗୁ ନିକଟରେ ଥିବା ୭/୮ଟି ଯାନବାହନ କ୍ଷତିଗ୍ରସ୍ତ ହୋଇଛି। ଏହା ଆତଙ୍କୀ କାର୍ଯ୍ୟକଳାପ କି ଅନ୍ୟ କିଛି ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ ଚଳାଇଛି।

- Advertisement -

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories