www.samajalive.in
Friday, December 5, 2025
27.1 C
Bhubaneswar

୯ଟା ସୁଦ୍ଧା ୧୪.୯୯ ପ୍ରତିଶତ ଭୋଟିଂ

ନୂଆପଡା : ନୂଆପଡ଼ା ଉପ-ନିର୍ବାଚନ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଭୋଟିଂ ଚାଲିଥିବାବେଳେ ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଛି। ଅବାଧ ଓ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ କରିବାକୁ ପ୍ରଶାସନ ଓ ପୁଲିସ ତତ୍ପର । ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି। ଆସନ୍ତା ୧୪ରେ ଭୋଟ୍‌ ଗଣତି ଥିବାରୁ ଅଧିକ ପୁଲିସ ଓ ସୁରକ୍ଷାବାହିନୀ ମୁତୟନ କରାଯିବ ବୋଲି ସୂଚନା ମିଳିଛି। ନୂଆପଡ଼ା ନିର୍ବାଚନମଣ୍ଡଳୀ(୭୧)ର ଉପ-ନିର୍ବାଚନ ପାଇଁ ୩୫୮ ବୁଥ ରହିଛି। ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସରକାରୀ ନେସନାଲ ଉଚ୍ଚ ବିଦ୍ୟାଳୟରେ ୨ଟି, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୋଟିଏ, ଖରିଆରରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ସରକାରୀ ଉଚ୍ଚ ବିଦ୍ୟାଳୟ ଖରିଆର ରୋଡରେ ୩ଟି ଏପରି ମୋଟ ୬ଟି ପିଙ୍କ ବୁଥ୍‌ କରାଯାଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories