www.samajalive.in
Saturday, December 6, 2025
16.1 C
Bhubaneswar

୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ଭୋଟିଂ

ନୂଆପଡା : ନୂଆପଡ଼ା ଉପ-ନିର୍ବାଚନ ପାଇଁ ଆଜି ସକାଳୁ ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଭୋଟିଂ ଚାଲିଥିବାବେଳେ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ଭୋଟିଂ ହୋଇଛି। ସକାଳ ୯ଟା ସୁଦ୍ଧା ନୂଆପଡାରେ ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯ ପ୍ରତିଶତ ମତଦାନ ହୋଇଥିଲା। ଆଇନଶୃଙ୍ଖଳା ନିୟନ୍ତ୍ରଣ ପାଇଁ କେନ୍ଦ୍ରୀୟ ସୁରକ୍ଷାବଳ, ରାଜ୍ୟ ସଶସ୍ତ୍ର ବାହିନୀ ଓ ପୁଲିସ ଅଧିକାରୀଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି। ଆସନ୍ତା ୧୪ରେ ଭୋଟ୍‌ ଗଣତି ଥିବାରୁ ଅଧିକ ପୁଲିସ ଓ ସୁରକ୍ଷାବାହିନୀ ମୁତୟନ କରାଯିବ ବୋଲି ସୂଚନା ମିଳିଛି। ନୂଆପଡ଼ା ନିର୍ବାଚନମଣ୍ଡଳୀ(୭୧)ର ଉପ-ନିର୍ବାଚନ ପାଇଁ ୩୫୮ ବୁଥ ରହିଛି। ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସରକାରୀ ନେସନାଲ ଉଚ୍ଚ ବିଦ୍ୟାଳୟରେ ୨ଟି, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୋଟିଏ, ଖରିଆରରୋଡ ବିଜ୍ଞାପିତ ଅଞ୍ଚଳ ପରିଷଦ ସରକାରୀ ଉଚ୍ଚ ବିଦ୍ୟାଳୟ ଖରିଆର ରୋଡରେ ୩ଟି ଏପରି ମୋଟ ୬ଟି ପିଙ୍କ ବୁଥ୍‌ କରାଯାଇଛି ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories