www.samajalive.in
Friday, December 5, 2025
23.1 C
Bhubaneswar

ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ଜିଲ୍ଲାପାଳ

ହରଭଙ୍ଗା: ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଜିଲ୍ଲାପାଳ/ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି ଅଭିଯୋଗ ଅନୁଷ୍ଠିତ ହୋଇଯାଇଛି ।ଆଜିର ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୭୨ଟି ଅଭିଯୋଗ ପଞିକୃତ ହୋଇଥିଲା ।ସେଥିରୁ ୬୯ଟି ବ୍ୟକ୍ତିଗତ ୦୩ଗୋଟି ସାମୁହିକ ଅଭିଯୋଗ ରହିଥିଲା ।ସେଥିରୁ ବୌଦ୍ଧ ଜିଲ୍ଲାପାଳ ବିଭୁତିଭୂଷଣ ନାୟକ ୩୪ଟି ଅଭିଯୋଗ ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଛଅଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା ।
ସେପଟେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ ହରଭଙ୍ଗାରେ ଜଣଶୁଣାଣି କାର୍ଯ୍ୟକ୍ରମ ପରେ ବ୍ଲକର ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ । ଅର୍ନ୍ତୋଦୟ ଗୃହ ଯୋଜନାରେ ହିତାଧିକାରୀଙ୍କୁ ଯୋଗାଇ ଦିଆଯାଉଥିବା ପକ୍କାଘର ପରିଦର୍ଶନ କରିଥିଲେ । ରାଧାନଗରଠାରେ ପଂଚଦଶ ଅର୍ଥ କମିଶନ ପାଣ୍ଠିରୁ ୧୦ଲକ୍ଷଟଙ୍କା ବ୍ୟୟବରାଦରେ ନିର୍ମାଣଧିନ ଫେସିଲିଟି କେନ୍ଦ୍ର ପରିଦର୍ଶନ କରିଥିଲେ । ଜିଲ୍ଲାପାଳଙ୍କ ପରିଦର୍ଶନ ସମୟରେ ତାଙ୍କ ସହିତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା,ଉପଜିଲ୍ଲାପାଳ ବିନୟ କୁମାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories