www.samajalive.in
Sunday, December 7, 2025
26.1 C
Bhubaneswar

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ)। ଏଥିପାଇଁ କେନ୍ଦ୍ର ସରକାର ଆବଶ୍ୟକ ଅନୁମୋଦନ ଦେଇଛନ୍ତି।

ସୂଚନାଯୋଗ୍ୟ, ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ ରାଜ୍ୟ ସରକାରଙ୍କ କ୍ରାଇମବ୍ରାଞ୍ଚ ପକ୍ଷରୁ କରାଯାଉଥିଲା। ତେବେ ଏହି ତଦନ୍ତରୁ ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥିବାର ସନ୍ଦେହ କରାଯାଉଛି। ଏଥିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବାର ସନ୍ଦେହ ରହିଛି।

- Advertisement -

ତେଣୁ ଏହାର ଉପଯୁକ୍ତ ବିସ୍ତୃତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଦୁର୍ନୀତି ପାଇଁ ହୋଇଥିବା  ଉଦ୍ୟମ, ପ୍ରୋତ୍ସାହନ ଓ ଷଡଯନ୍ତ୍ର ସମ୍ପର୍କରେ ସିବିଆଇ ତଦନ୍ତ କରିବ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories