www.samajalive.in
Friday, December 5, 2025
23.1 C
Bhubaneswar

ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼: ୩ ଗୁରୁତର

ନୟାଗଡ଼: ନୟାଗଡ ଜିଲ୍ଲା ଟାଉନ ଥାନା ସୋଲପଟା ଗାଁରେ ଅଭାବନୀୟ ଘଟଣା ଘଟିଛି। ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼ ହୋଇଛି। ଏହି ଘଟଣାରେ ୩ ଜଣ ଗ୍ରାମବାସୀ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏହି ଘଟଣାରେ ଗ୍ରାମବାସୀମାନେ ଜଣଙ୍କୁ କାବୁ କରି ପୁଲିସର ଜିମା ଦେଇଛନ୍ତି।
ସୂଚନା ଅନୁଯାୟୀ, ଗାଁରେ ରାସ୍ତା କାମ ଚାଲୁଥିବାରୁ ୨ ଜଣ ଯୁବକ ସିମେଣ୍ଟ ଜଗିଥିଲେ । ଗତକାଲି ରାତିରେ ୪ ଜଣ ଦୁର୍ବୁତ୍ତ ଦୁଇଟି ବାଇକରେ ଆସି ଡକାୟତି ଉଦ୍ୟମ କରିଥିଲେ। ଲୁଟ୍ ଉଦ୍ଦେଶ୍ୟରେ ଭାଟସାହି ଗାଁ ଭିତରକୁ ପଶିଥିଲେ। ଗାଁ ଲୋକଙ୍କର ସନ୍ଦେହ ହେବାରୁ ସେମାନଙ୍କୁ ଅଟକାଇଥିଲେ। ପରେ ଯୁକ୍ତିତର୍କ ଓ ପାଟିତୁଣ୍ଡ ହୋଇଥିଲା।
ପରେ ଦୁର୍ବୁତ୍ତମାନେ ଖସିଯିବାକୁ ଉଦ୍ୟମ କରିବାକୁ ବୋମାମାଡ କରିଥିଲେ। ଏଥିରେ ୩ ଗ୍ରାମବାସୀ ଆହତ ହୋଇଥିଲେ। ତେବେ ଗ୍ରାମବାସୀମାନେ ଜଣେ ଦୁର୍ବୃତ୍ତକୁ କାବୁ କରି ପୁଲିସର ଜିମା ଦେଇଥିବାବେଳେ ଅନ୍ୟ ୩ ଜଣ ଦୁର୍ବୃତ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। କାବୁ ହୋଇଥିବା ବ୍ୟକ୍ତି ଜଣକ ହେଲେ କଇଥଗାଡିଆ ଗାଁର ଅକୃର ପ୍ରଧାନ ବୋଲି ଜଣାପଡିଛି । ଖବରପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories