www.samajalive.in
Friday, December 5, 2025
27.1 C
Bhubaneswar

ତହସିଲଦାରଙ୍କୁ ପୁରୁଣା କବଲା ସଂଶୋଧନ କ୍ଷମତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍‌ସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି।

ବର୍ତ୍ତମାନ ପ୍ରାବଧାନ ଅନୁସାରେ, ବନ୍ଦୋବସ୍ତ ପ୍ରକ୍ରିୟା (Settlement Operation) ପୂର୍ବରୁ କିଣିଥିବା ଜମିର ପଟ୍ଟା (RoR) ବନ୍ଦୋବସ୍ତ ଅଧିକାରୀ (Settlement Officer) କ୍ରେତାଙ୍କ ନାମରେ କରିଥାଆନ୍ତି। କିନ୍ତୁ ଯଦି କୌଣସି କାରଣ ଯୋଗୁ ବନ୍ଦୋବସ୍ତ ପ୍ରକ୍ରିୟାରେ(Settlement Operation) ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନ ଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ (Board of Revenue) ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟ (Revision Court)ରେ ଅପିଲ୍ କରିଥାନ୍ତି ।

- Advertisement -

ଅତ୍ୟଧିକ କାର୍ଯ୍ୟଭାର ଯୋଗୁ, ଏହି ଅପିଲଗୁଡିକ ବର୍ଷ ବର୍ଷ ଧରି ଫଇସଲା ନ ହୋଇ ପଡି ରହିଥାଏ । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନୁମୋଦିତ ଉପରୋକ୍ତ ନିୟମ ସଂଶୋଧନ ଦ୍ବାରା  ବର୍ତ୍ତମାନ ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାରମାନେ କ୍ଷମତାପ୍ରାପ୍ତ ହେବେ।

ଏହାଦ୍ବାରା ସଂପୃକ୍ତ କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା (Settlement Operation) ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ । ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବାକୁ ପଡ଼ିବ ନାହିଁ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories