www.samajalive.in
Friday, December 5, 2025
23.1 C
Bhubaneswar

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି , ସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

ପୁରୀ : ମାର୍ଗଶିର ମାସ କୃଷ୍ଣ ନବମୀ ତିଥିରେ ଗୁରୁବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତ ମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories