www.samajalive.in
Friday, December 5, 2025
27.1 C
Bhubaneswar

୮ ଲକ୍ଷ ଆତ୍ମସାତ: ପୂର୍ବତନ ପାକ୍ସ ସମ୍ପାଦକ ଗିରଫ

ସମାଜଲାଇଭ ଡେସ୍କ: ସରକାରୀ ଅର୍ଥ ଆତ୍ମସାତ ଘଟଣାରେ ଭିଜିଲାନ୍ସ ବଲାଙ୍ଗୀର ଜିଲା ପଣ୍ଡାମୁଣ୍ଡା ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ର ପୂର୍ବତନ ସମ୍ପାଦକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କୁ ଗୁରୁବାର ଗିରଫ କରିଛି। ସେ ହେଲେ କୁଶଧ୍ବଜ ସାହୁ। ସମବାୟ ସମିତିର ପ୍ରାୟ ୮ଲକ୍ଷ ୩୪ ହଜାର ୪୮୯ ଟଙ୍କାକୁ କୁଶଧ୍ବଜ ହେରଫେର କରିଥିବା ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ପକ୍ଷରୁ ଏହାର ତଦନ୍ତ କରାଯାଇ ତାଙ୍କୁ ଗିରଫ କରାଯାଇଛି।

ଏ ନେଇ ସମ୍ବଲପୁର ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। କୁଶଧ୍ବଜଙ୍କୁ ଗିରଫ କରାଯିବା ପରେ ବଲାଙ୍ଗିର ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories