www.samajalive.in
Sunday, December 7, 2025
26.1 C
Bhubaneswar

ଯାତ୍ରା ମାର୍ଗଦର୍ଶିକା ଜାରି କଲା ଦିଲ୍ଲୀ ପୁଲିସ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ପରେ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଟ୍ରେନ ଏବଂ ବିମାନ ଯାତ୍ରୀଙ୍କ ଲାଗି ପୁଲିସ ପକ୍ଷରୁ ଯାତ୍ରା ମାର୍ଗଦର୍ଶିକା ଜାରି କରାଯାଇଛି। ଯାତ୍ରୀମାନଙ୍କୁ ସମୟ ପୂର୍ବରୁ ରେଳ ଷ୍ଟେସନ, ମେଟ୍ରୋ ଷ୍ଟେସନ ଏବଂ ବିମାନବନ୍ଦରରେ ପହଞ୍ଚିବା ଲାଗି କୁହାଯାଇଛି। ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ଯୋଗୁ ବିଭିନ୍ନ ସ୍ଥାନରେ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ତେଣୁ ଷ୍ଟେସନରେ ପହଞ୍ଚିବାରେ ବିଳମ୍ବ ହେବାର ଆଶଙ୍କା ଥିବାରୁ ଆଗୁଆ ପହଞ୍ଚିବା ଲାଗି ପରାମର୍ଶ ଦିଆଯାଇଛି।

ଯୁଗ୍ମ ପୁଲିସ କମିସନର ମିଲିନ୍ଦ ଡୁମ୍ବରେ କହିଛନ୍ତି, ରାଧାନୀରେ ବୃଦ୍ଧି କରାଯାଇଥିବା ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଟ୍ରେନ ଯାତ୍ରୀମାନେ ଟ୍ରେନ ଛାଡ଼ିବାର ୧ ଘଣ୍ଟା ପୂର୍ବରୁ ଷ୍ଟେସନରେ ପହଞ୍ଚନ୍ତୁ। ସେହିପରି ମେଟ୍ରୋ ଯାତ୍ରୀମାନେ ୨୦ ମିନିଟ ପୂର୍ବରୁ ଏବଂ ଅନ୍ତର୍ଜାତୀୟ ବିମାନ ଯାତ୍ରୀମାନେ ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚିବାକୁ କୁହାଯାଇଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories