www.samajalive.in
Friday, December 5, 2025
23.1 C
Bhubaneswar

କଟକ ବାଲିଯାତ୍ରାରେ ଠେଲାପେଲା, ୨ ଅଚେତ

ସମାଜଲାଇଭ ଡେସ୍କ: କଟକ ବାଲିଯାତ୍ରାରେ ଠେଲାପେଲା ଯୋଗୁ ୨ ଜଣ ଅଚେତ ହୋଇପଡ଼ିଛନ୍ତି। ଗୁରୁବାର ସନ୍ଧ୍ୟାରେ ପ୍ରବଳ ଭିଡ଼ ଯୋଗୁ ଏଭଳି ଅଘଟଣ ଘଟିଥିବା ଜଣାପଡ଼ିଛି। ସନ୍ଧ୍ୟାରେ ବଲିଉଡ୍ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ସଙ୍ଗୀତ କାର୍ଯ୍ୟକ୍ରମ ରହିଥିଲା। ଏଥିପାଇଁ ପ୍ରବଳ ଭିଡ଼ ହୋଇଥିଲା। ଭିଡ଼ ଅସମ୍ଭାଳ ହେବାରୁ ଠେଲାପେଲା ହୋଇଥିଲା। ଯାହାଫଳରେ ୨ ଜଣ ବ୍ୟକ୍ତି ଅଣନିଃଶ୍ଵାସୀ ହୋଇ ଚେତା ହରାଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ଖବରପାଇ ସ୍ଥିତି ନିୟନ୍ତ୍ରଣ କରିବା ଲାଗି ଅତିରିକ୍ତ ପୁଲିସ କମିଶନର ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories