www.samajalive.in
Tuesday, December 9, 2025
23.1 C
Bhubaneswar

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ

ଭୁବନେଶ୍ବର : ରାଜଧାନୀରେ ବଧୂ ହତ୍ୟା ଅଭିଯୋଗ ହୋଇଛି। ଯୌତୁକ ନିର୍ଯାତନା ପାଇଁ ତାଙ୍କୁ ହତ୍ୟା କରାଯାଇଥିବା କୁହାଯାଇଛି। ଏପରି ଅଭାବନୀୟ ଘଟଣା ଭୁବନେଶ୍ବର କେଶୁରା ସ୍ଥିତ ଆଶୁତୋଷ ନଗରରେ ଘଟିଛି। ମଙ୍ଗଳବାରରେ ମହିଳା ଜଣକ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବାର ଅଭିଯୋଗ କରାଯାଇଛି। ଏହି ଘଟଣା ପରେ ମହିଳାଙ୍କ ବାପ ଘର ଲୋକେ ସେଠାରେ ପହଞ୍ଚିଥିଲେ। ତେବେ ପୁଲିସକୁ ଏ ସମ୍ପର୍କରେ ମହିଳାଙ୍କ ଶାଶୂ ଘର ଲୋକ କୌଣସି ସୂଚନା ଦେଇନଥିବା କୁହାଯାଇଛି। ତେବେ କିଛି ଦିନ ଧରି ମହିଳାଙ୍କୁ ତାଙ୍କ ଶାଶୂ ଘର ଲୋକେ ଯୌତୁକ ପାଇଁ ନିର୍ଯାତନା ଦେଉଥିବାର ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି।

 

Hot this week

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

Related Articles

Popular Categories