www.samajalive.in
Tuesday, December 9, 2025
15.1 C
Bhubaneswar

ନୌଗାଓଁ ଥାନାରେ ବଡ ବିସ୍ଫୋରଣରେ ୯ମୃତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ଶ୍ରୀନଗର ସ୍ଥିତ ନୌଗାଓଁ ପୁଲିସ ଥାନାରେ ବଡ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାସହିତ ଅନେକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଛି । ବିସ୍ଫୋରଣରେ ପୁଲିସ ଥାନାର କୋଠାର ଏକ ଅଂଶ ମଧ୍ୟ ନଷ୍ଟ ହୋଇଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ସେ ଶରୀରର ବିଭିନ୍ନ ଅଂଶ ଖଣ୍ଡ ଖଣ୍ଡ ହୋଇ ୩୦୦ ଫୁଟ ଦୂର ପର୍ଯ୍ୟନ୍ତ ବିଛାଡି ହୋଇ ପଡିଥିଲା । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ବିସ୍ଫୋରଣରେ ଥାନା ଉଡିଯିବା ସହ ବହୁ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ବିସ୍ଫୋରଣର ଶଦ୍ଦ ଦୂର ଦୂରକୁ ପ୍ରତିଧ୍ୱନିତ ହୋଇଥିଲା । ଯାହାକୁ ନେଇ ଲୋକମାନେ ଆଶ୍ଚର୍ଯ୍ୟ ହୋଇଥିଲେ । ଘଟଣା ପରେ ସେଠାରେ ପ୍ରବଳ ଭିଡ ଜମିବାରୁ ପୁଲିସ କର୍ମୀ ଭିଡ଼ ପରିଚାଳନା କରିଥିଲେ । ପୁଲିସ ଓ ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣ କରିଥିଲେ । ଲୋକଙ୍କ ସହାୟତାରେ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତ ଦେହଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

- Advertisement -

ସୂଚନା ଅନୁସାରେ ବଡ ବଡ ଆତଙ୍କୀ ନେଟୱାର୍କର ପର୍ଦ୍ଦାଫାସ କରି ସାରା ଦେଶରେ ଚର୍ଚ୍ଚାର ପରିସରକୁ ଆସିଥିଲା ନୌଗାଓଁ ପୁଲିସ । ଫରିଦାବାଦରୁ ଜବତ ବିସ୍ଫୋରକ ନୌଗାଓଁ ଥାନାରେ ରଖାଯାଇଥିଲା । ବିସ୍ଫୋରକକୁ ପୁଲିସ ଓ ଫରେନ୍ସିକ ଟିମ୍‌ ଯାଞ୍ଚ କରିଲା ବେଳେ ବିସ୍ଫୋରଣ ଘଟିଥିଲା । ତେବେ ବିସ୍ଫୋରଣ କେମିତି ହେଲା ଓ କେଉଁ ପରିସ୍ଥିତିରେ ଘଟିଲା ତାହାର ତଦନ୍ତ ଚାଲିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories