www.samajalive.in
Monday, December 8, 2025
27.1 C
Bhubaneswar

୧୯ରେ ମିଳିବ ପିଏମ-କିଷାନର ୨୧ତମ କିସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ଆସନ୍ତା ୧୯ ତାରିଖ (ବୁଧବାର) ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ପିଏମ୍‌-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ୨୦୧୯ ଫେବୃଆରୀ ୨୪ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩.୭୦ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇସାରିଲାଣି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories