www.samajalive.in
Sunday, December 7, 2025
26.1 C
Bhubaneswar

ପୀତବାସ ପଣ୍ଡା ହତ୍ୟା ମାମଲା: ଅଭିଯୁକ୍ତଙ୍କ ହେବ ଟିଆଇ ପରେଡ୍‌

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଅଭିଯୁକ୍ତଙ୍କ ଟିଆଇ ପରେଡ୍‌ କରାଯିବ । ଗିରଫ ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୮ଜଣଙ୍କ ଟିଆଇ ପରେଡ ବ୍ରହ୍ମପୁରର ମଣ୍ଡଳ କାରାଗାରରେ ହେବ । ସଂପୃକ୍ତ ଅଭିଯୁକ୍ତମାନେ ହେଲେ ଉମା ବିଷୋୟୀ, କୁରୁପତି ଭୂୟାଁ, ଚିଣ୍ଟୁ ପ୍ରଧାନ, ଯୋଗେନ୍ଦ୍ର ରାଉତ, ଶିଶୁପାଲ ପାଶ୍ୱାନ, କୁନ୍ଦନ କୁମାର, ସୀମାଞ୍ଚଳ ନାୟକ ଓ ବିପିନ ସ୍ୱାଇଁ । ଅଭିଯୁକ୍ତଙ୍କର ଟିଆଇ ପରେଡ ପାଇଁ ମାମଲାର ତଦନ୍ତ ଅଧିକାରୀ ପ୍ରିୟାସ ରଞ୍ଜନ ଛୋଟରାୟ ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ପିଟିସନ ଦାଖଲ କରିଥିଲେ । ଆଜି ଜେଲ ଭିତରେ ମାଜିଷ୍ଟ୍ରେଟ, ଜେଲ ଅଧିକାରୀଙ୍କ ଉପସ୍ଥିତିରେ ସାକ୍ଷୀ ରୂପେ ଥିବା ବ୍ୟକ୍ତି ଅନ୍ୟମାନଙ୍କ ଗହଣରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବେ ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories