www.samajalive.in
Thursday, December 11, 2025
16.1 C
Bhubaneswar

ଶନିବାର ରାଶିଫଳ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଧନ ଲାଭ ହେବ

ମେଷ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମନୋବଳ ଦୃଢ଼ ରହିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭହେବ। ଆହାର ଅମୃତ ତୁଲ୍ୟ ହେବ।

ବୃଷ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଳନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ସାଧନା ଫଳବତୀ ହେବ । ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ । କ୍ରୋଧୀ ଓ ଜ୍ଞାନୀ ହୋଇପାରନ୍ତି।

- Advertisement -

ମିଥୁନ: ଆୟୁଷ୍ମାନ୍ ହେବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ । ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ରହିବେ।

କର୍କଟ: କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ । ଦୟାର୍ଦ୍ର ଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ । ଅକ୍ଷୟ ଯଶର ଅଧିକାରୀ ହେବେ । ନିଜ ପରିବାର ପ୍ରତି ସ୍ନେହ ଭାବ ରହିବ।

ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ । ଜୀବନ ସୁଖସମୃଦ୍ଧିପୂର୍ଣ ହେବ। ମହାତ୍ମା, ବିଦ୍ଵାନ୍, ସାହସୀ ଓ ସମ୍ପଭିବାନ୍‌ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା: ପଡୋଶୀଙ୍କ କାର୍ଯ୍ୟକଳାପ ଅସହ୍ୟ ହେବାରୁ ମନରେ ଇର୍ଷା ଭାବ ଜାଗ୍ରତ ହେବ । ସ୍ୱାଭିମାନୀ ହେବେ । ବ୍ୟବସାୟରୁ ଲାଭ ମିଳିବ । ଜଳଯାତ୍ରା ବିପଦପୂର୍ଣ୍ଣ ହୋଇପାରେ । ସତର୍କରେ ଚଳିବାକୁ ପଡିବ ।

ତୁଳା: ଉତ୍ସର୍ଗୀକୃତ ସେବା ଭାବନାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ବିଶିଷ୍ଟ ସମାଜସେବୀ ଭାବେ ସମ୍ମାନିତ ହେବେ। ମନରେ ଉପୁଜିଥିବା ଗର୍ବଭାବକୁ ବିସର୍ଜିତ କରିପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ବିଛା: ଆଯ ୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃବନ୍ଧନ ନିବିଡ଼ତର ହେବ। ସୁସ୍ଥ ଓ ନିରାମୟ ରହିବେ । ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ, ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ମକର: ଉଦାର ସ୍ବଭାବର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ଵସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ । ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସାର ପାତ୍ର ହେବେ।

କୁମ୍ଭ: ଆଧ୍ୟାତ୍ମବାଦୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ୍ତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଭକ୍ତିପୂତ ଆଦର ସମ୍ମାନ ପାଇବେ।

ମୀନ: ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱସମ୍ପନ୍ନ ହେବେ । ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥ ପ୍ରାପ୍ତି ହୋଇପାରେ ।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories