www.samajalive.in
Tuesday, December 9, 2025
26.1 C
Bhubaneswar

ଏମିତି ଆସେ ମୃତ୍ୟୁ: ରୋଗୀ ଦେଖୁଥିବା ବେଳେ ଚାଲିଗଲା ଡାକ୍ତରଙ୍କ ଜୀବନ

ନୀଳଗିରି: ରୋଗୀଙ୍କୁ ଓପିଡିରେ ଦେଖୁଥିବା ଜଣେ ଡାକ୍ତରଙ୍କ ଅକାଳ ମୃତ୍ୟୁ ଘଟିଛି। ନୀଳଗିରି ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ତଥା ବ୍ଲଡ଼ ବ୍ୟାଙ୍କ ଇନଚାର୍ଜ ଡାକ୍ତର ତ୍ରିନାଥ ପାଲ ଆଜି ସକାଳେ ଓପିଡି ରେ ରୋଗୀ ଦେଖୁଥିଲେ। ହଠାତ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସେ ୱାସ ରୁମ ଭିତରକୁ ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ୧୦୮ ଆମ୍ବୁଲାନ୍ସରେ ବାଲେଶ୍ୱର ଡାକ୍ତରଖାନା ନିଆଯାଇଥିଲା। ବାଟରେ ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଛି। ବାଲେଶ୍ୱର ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ଏନେଇ ନୀଳଗିରି ଡାକ୍ତରଖାନାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories