www.samajalive.in
Friday, December 5, 2025
27.1 C
Bhubaneswar

ହ୍ୟୁମାନ ସାଗରଙ୍କ ଅବସ୍ଥା ସଙ୍କଟାପନ୍ନ, ଏକାଧିକ ଅଙ୍ଗପ୍ରତ୍ୟଙ୍ଗ ଅଚଳ

ସମାଜଲାଇଭ ଡେସ୍କ: ଓଡ଼ିଶାର ପ୍ରଖ୍ୟାତ ଲୋକପ୍ରିୟ ଯୁବ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଏ ନେଇ ଭୁବନେଶ୍ଵର ଏମସ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ତାଙ୍କୁ ଆଇସିୟୁ ଭିତରେ ରଖି ଡାକ୍ତର ଶ୍ରୀକାନ୍ତ ବେହେରାଙ୍କ ତତ୍ତ୍ଵାବଧାନ​‌ରେ ଚିକିତ୍ସା କରାଯାଉଛି।

ପରୀକ୍ଷା ନିରୀକ୍ଷା ପରେ ହ୍ୟୁମାନଙ୍କ ଏକାଧିକ ଅଙ୍ଗ କାର୍ଯ୍ୟ କରୁ ନ ଥିବାର ଲକ୍ଷଣ ଦେଖିବାକୁ ମିଳିଛି। ତା’ ଛଡ଼ା ଶ୍ଵାସକ୍ରିୟାଜନିତ ସମସ୍ୟା, କିଡନୀ, ଲିଭର ଅଚଳ ହେବାର ସମସ୍ୟା, ରକ୍ତଜମାଟ ବାନ୍ଧିବା ସମସ୍ୟା ଆଦି ରହିଛି। ସେହିପରି ବାଇଲାଟେରାଲ ନିମୋନିଆ, ଡାଇଲେଟେଡ କାର୍ଡିଓମାୟୋପାଥି ଲକ୍ଷଣ ଦେଖାଯାଇଛି।

- Advertisement -

ବର୍ତ୍ତମାନ ସମୟରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଅତ୍ୟନ୍ତ ଜଟିଳ ରହିଛି। ଶ୍ଵାସକ୍ରିୟା ସମସ୍ୟା ଯୋଗୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି। କିଡନୀ ଅଚଳ ହୋଇପଡ଼ିବାରୁ ସିଆରଆରଟି ଡାୟାଲିସିସ କରାଯାଉଛି। ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତରମାନେ ତାଙ୍କ ଚିକିତ୍ସାରେ ଲାଗିଛନ୍ତି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories