www.samajalive.in
Thursday, December 11, 2025
15.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ : ଅଦାଲତରେ ହାଜର ହେଲା ଆସାମୀ

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଜଣେ ଆସାମୀକୁ ଅଦାଲତରେ ହାଜର କରିଛି ଜାତୀୟ ତଦନ୍ତକରି ସଂସ୍ଥା (ଏନଆଇଏ ) । ଦିଲ୍ଲୀ ଆତ୍ମଘାତି ଘଟଣାର ତଦନ୍ତ କରୁଛି ଏନଆଇଏ । ଆଜି ଦିଲ୍ଲୀ ଅଦାଲତରେ ଆତଙ୍କୀ ଉମରର ସହଯୋଗୀକୁ ହାଜର କରାଇଛି ଏନଆଇଏ । ଉମରର ସହଯୋଗୀ ରସିଦ ଅଲ୍ଲୀକୁ ଅଦାଲତରେ ହାଜର କରାଇଛି ଏନଆଇଏ । ରସିଦ ଅଲ୍ଲୀର ଘର କାଶ୍ମୀରରେ ଅବସ୍ଥିତ । ଗତକାଲି ରସିଦକୁ ଦିଲ୍ଲୀରୁ  ଗିରଫ କରିଥିଲା ଏନଆଇଏ । ମିଳିଥିବା ସୂଚନା ଅନୁସାରେ ଆତ୍ମଘାତି ବିସ୍ଫୋରଣ ପାଇଁ ଷଡଯନ୍ତ୍ର କରିଥିଲା ରସିଦ । ଦିଲ୍ଲୀ ଆସି କାର କିଣି ଆତଙ୍କୀ ଆକ୍ରମଣ ପାଇଁ ପୁରା ଯୋଜନା କରିଥିଲା । ନଭେମ୍ବର ୧୦ ତାରିଖରେ ଦିଲ୍ଲୀର ସୁଭାଷ ମାର୍ଗ ସିଗନାଲରେ ହୋଇଥିବା ବିସ୍ଫୋରଣରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଏପର୍ଯ୍ୟନ୍ତ୨୦ ରୁ ଅଧିକ ଆହତଙ୍କ ଚିକିତ୍ସା ଚାଲିଛି, ଯେଉଁଥିରେ ତିନି ଜଣଙ୍କ ଅବସ୍ଥା ଗୁରୁତର ଅଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories