www.samajalive.in
Friday, December 5, 2025
26.1 C
Bhubaneswar

‘ସୁମଧୁର ସ୍ବର ବାନ୍ଧିଥିବା ସୁବୁରି ହୃଦୟ’: ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବିରୋଧୀଦଳ ନେତା, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ରାଜ୍ୟପାଳ ହରିବାବୁ କମ୍ଭମପାଟି ଶୋକବାର୍ତ୍ତାରେ କହିଛନ୍ତି, ଜଣେ ଯୁବ ସଙ୍ଗୀତ ପ୍ରତିଭା ଭାବେ ହ୍ୟୁମାନ ସାଗରଙ୍କ ନାଁ ରହିଥିଲା। ସୁମଧୁର ସ୍ବର ଦ୍ବାରା ସେ ସମସ୍ତଙ୍କ ହୃଦୟରେ ବସା ବାନ୍ଧିଥିଲେ। ସଙ୍ଗୀତ ଜଗତ ପାଇଁ ତାଙ୍କ ବିୟୋଗ ଅପୂରଣୀୟ କ୍ଷତି।

- Advertisement -

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବାର୍ତ୍ତାରେ କହିଛନ୍ତି, ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କ ବିୟୋଗ ଆମ ସଙ୍ଗୀତ ଓ ସିନେମା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଂଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି, ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅନେକ ଗୀତରେ କଣ୍ଠଦାନ କରି ବହୁତ କମ୍‌ ସମୟ ମଧ୍ୟରେ ସେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତ ଜଣେ ଉଜ୍ଜ୍ୱଳ ତାରକାକୁ ହରାଇଲା।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଲେଖିଛନ୍ତି, ହ୍ୟୁମାନ ସାଗରଙ୍କ ଦେହାନ୍ତ ବିଷୟରେ ଜାଣି ଗଭୀର ଭାବେ ଦୁଃଖିତ । ତାଙ୍କର ଭାବପୂର୍ଣ୍ଣ ସଙ୍ଗୀତ ଅଗଣିତ ଶ୍ରୋତାଙ୍କ ହୃଦୟକୁ ଛୁଇଁଛି ଏବଂ ଓଡ଼ିଆ ସଙ୍ଗୀତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି, ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ସଙ୍ଗୀତ ଜଗତରେ ସେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ହ୍ୟୁମାନଙ୍କ ଯାଦୁକରୀ କଣ୍ଠସ୍ବର ତାଙ୍କୁ ସ୍ମରଣୀୟ କରି ରଖିବ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories