www.samajalive.in
Monday, December 8, 2025
17.1 C
Bhubaneswar

ଗୁରୁବାର ଶପଥ ନେବେ ନୀତିଶ

ସମାଜ ଲାଇଭ ଡ଼େସ୍କ : ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ବୋଲି ଆଶା କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏହି ଉତ୍ସବରେ ଯୋଗଦେବେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ପାଟନାର ଗାନ୍ଧୀ ମଇଦାନରେ ଅନୁଷ୍ଠିତ ହେବ ବୋଲି କୁହା ଯାଉଛି । ଏଥିପାଇଁ ଗାନ୍ଧୀ ମଇଦାନରେ ପ୍ରସ୍ତୁତି ଜୋରସୋରରେ ଆରମ୍ଭ ହୋଇଯାଇଛି । ଗୁରୁବାର ଦିନ ୧୧ ଟାରୁ ୧୨ଟା  ମଧ୍ୟରେ ଶପଥ ସମାରୋହ ଉତ୍ସବ ଅନୁଷ୍ଠିତ ହେବ । ମିଳିଥିବା ସୂତ୍ର ଅନୁସାରେ ଶପଥ ସମାରୋହର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ବୁଧବାର ନୀତିଶ କୁମାର ବିଧାୟକ ଦଳ ନେତା ଭାବରେ ନିର୍ବାଚିତ ହେବେ । ଏଥିପାଇଁ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ କେନ୍ଦ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ ଏବଂ ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କୁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories