ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ ମଝିରେ ପଡିଥିବା ଏକ ମୃତଦେହକୁ କୁକୁର ଝୁଣି ଖାଉଥିବା ଦେଖିବାକୁ ମିଳିଛି। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ଅଞ୍ଚଳରେ । ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ମୃତଦେହଟି ଜଣେ ପୁରୁଷଙ୍କର ବୋଲି ଜଣାପଡିଛି। ମୃତକଙ୍କ ବୟସ ୪୦ରୁ ୪୫ ବର୍ଷ ହେବ ବୋଲି ଜଣାପଡିଛି। ଖବର ପାଇ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।
Popular Categories



