ମିଶନ ଶକ୍ତି କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
![](https://samajalive.in/wp-content/uploads/2019/03/Mission-Shakti.jpg)
ବଲାଙ୍ଗୀର : ବଲାଙ୍ଗୀରରେ ବୁଧବାର ମିଶନ ଶକ୍ତି ମହାସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ପହଞ୍ଚି ଉପସ୍ଥିତ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ସମ୍ବୋଧିତ କରିଛନ୍ତି। ସେ ମିଶନ ଶକ୍ତିରେ ସଶକ୍ତ ହୋଇଥିବା ମହିଳାମାନଙ୍କୁ ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଅଗଣିତ ମହିଳାଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ସୂଚନାଯୋଗ୍ୟ ଯେ, ମିଶନ ଶକ୍ତି ମାଧ୍ୟମରେ ରାଜ୍ୟର ୭ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀରେ ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରାଯାଇଛି। ସେମାନଙ୍କୁ ସରକାର ବିନା ସୁଧରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି। ପ୍ରତି ପଞ୍ଚାୟତରେ ମିଶନ ଶକ୍ତି ଗୃହ ତିଆରି ହୋଇଛି।
ମିଶନ ଶକ୍ତିର ନିର୍ଦେଶିକା ସୁଜାତା କାର୍ତ୍ତିକେୟନ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କର ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି।