www.samajalive.in
Tuesday, December 9, 2025
26.1 C
Bhubaneswar

ଶପଥ ନେବେ ନୀତିଶ : ବଦଳିଲା ସମୟ

ସମାଜ ଲାଇଭ ଡ଼େସ୍କ : ଆସନ୍ତାକାଲି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନୀତିଶ କୁମାର । କିନ୍ତୁ ଏହାରି ଭିତରେ ଶପଥ ସମୟକୁ ନେଇ ବଡ ପରିବର୍ତ୍ତନ କରଯାଇଛି । ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଆସନ୍ତାକାଲି ଦିନ ୧୧:୩୦ରୁ ୧୨ ଟା ମଧ୍ୟରେ ଶପଥ ନେଇଥାନ୍ତେ ନୀତିଶ । କିନ୍ତୁ ମିଳିଥିବା ସୂଚନା ଅନୁସାରେ ଆସନ୍ତାକାଲି ୧୧:୩୦ ପରିବର୍ତ୍ତେ ୧:୩୦ ରୁ ୨ଟା ମଧ୍ୟରେ ନୀତିଶ ନୀତିଶ ଶପଥ ନେବାକୁ ଧାର୍ଯ୍ୟ କରଯାଇଛି । ଆସନ୍ତାକାଲି ପାଟନା ଗାନ୍ଧୀ ମୈଦାନରେ ଦିନ ୧:୩୦ ରୁ ୨ଟା  ମଧ୍ୟରେ ଶପଥ ନେବାକୁ ସ୍ଥିର ହୋଇଛି । ନୀତିଶଙ୍କ ସହ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ପୁଣି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ  । ଏହାରି ମଧ୍ୟରେ ନୀତିଶ ଇସ୍ତଫା ଦେବା ପାଇଁ  ବିହାର ରାଜଭବନରେ ପହଁଚିଛନ୍ତି । ଆସନ୍ତାକାଲି ନୀତିଶଙ୍କ ଶପଥ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଏନଡିଏ ଶାସିତ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦେବେ । ଏଥିପାଇଁ ପାଟନା ଗାନ୍ଧୀ ମୈଦାନରେ ଜୋରଦାର ପ୍ରସ୍ତୁତି ଚାଲିଛି ।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories