www.samajalive.in
Friday, December 5, 2025
23.1 C
Bhubaneswar

ଟ୍ରକ୍‌ ଧକ୍କାରେ ପରିବା ବ୍ୟବସାୟୀ ଗୁରୁତର: ପ୍ରତିବାଦରେ ରାସ୍ତାରୋକ୍‌

ରେଢ଼ାଖୋଲ:ରେଢାଖୋଲ ଭୀମଭୋଇ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ବ୍ୟବସାୟୀ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟବସାୟୀ ଜଣକ ରେଢ଼ାଖୋଲ ଡିମିରିକୁଦା ଗାଁର ସୁବାଷ ଖିଲାରୀ (୬୦) ବୋଲି ଜଣାପଡିଛି । ସେ ସାଇକେଲରେ ଯାଉଥିବାବେଳେ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ତାଙ୍କର ଉଭୟ ଗୋଡ଼ରେ ଗଭୀର ଆଘାତ ଲାଗି ସେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବୁର୍ଲା ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଛି।

ବୁଧବାର ସମାନ ସ୍ଥାନରେ ଏକ ପାଉଁଶ ବୋଝେଇ ଗାଡି ଧକ୍କାରେ ଜଣେ ବାବାଙ୍କର ମୃତ୍ୟୁ ଘଟିଥିଲା। ତେବେ ସହରରେ ବାରମ୍ବାର ଦୁର୍ଘଟଣା ଘଟିବା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଦାବିରେ ୫୫ ନଂ ଜାତୀୟ ରାଜପଥ ଏବଂ ରାଞ୍ଚି-ବିଜୟୱାଡ଼ା ରାଜପଥକୁ ଭୀମ ଭୋଇ ଛକଠାରେ ଅବରୋଧ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀମାନଙ୍କୁ ବୁଝାସୁଝା କରୁଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories