www.samajalive.in
Sunday, December 7, 2025
16.1 C
Bhubaneswar

ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ଏହି ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପ୍ରଭାତୀ ପରିଡ଼ା ଏବଂ ଉପସ୍ଥିତ ମନ୍ତ୍ରୀ ଓ ବିଧାୟକ ଗଣ ।
ଏକ୍ସରେ ମୁଖ୍ୟମନ୍ତ୍ରୀ ପୋଷ୍ଟ କରି କହିଛନ୍ତି ଯେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ‘ଉତ୍କଳ କେଶରୀ’ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ଓଡ଼ିଶାର ଉନ୍ନତି ପାଇଁ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ । ରାଜନୈତିକ ଦୃଷ୍ଟିକୋଣ ସହିତ ସାହିତ୍ୟ, ସଂସ୍କୃତି ଏବଂ ସାମାଜିକ ପରିବର୍ତ୍ତନ ପାଇଁ ସେ ଥିଲେ ଏକ ଦୂରଦର୍ଶୀ ନେତୃତ୍ୱ । ତାଙ୍କ ଆଦର୍ଶ ଓ ତ୍ୟାଗ ସର୍ବଦା ଆମକୁ ପ୍ରେରଣା ପ୍ରଦାନ କରୁଥାଉ ।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଏକ୍ସରେ ପୋଷ୍ଟ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସ୍ୱାଧୀନତା ସଂଗ୍ରାମୀ ତଥା ଆଧୁନିକ ଓଡ଼ିଶାର ନିର୍ମାତା ଉତ୍କଳ କେଶରୀ ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜ୍ୟକୁ ପ୍ରଗତିଶୀଳ କରି ଲୋକଙ୍କ ଜୀବନରେ ଉନ୍ନତି ଆଣିବା ସହ ସାହିତ୍ୟ ଓ ସାମ୍ବାଦିକତାର ମାନ ବୃଦ୍ଧିରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ।

- Advertisement -

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories