www.samajalive.in
Friday, December 5, 2025
27.1 C
Bhubaneswar

ବାଂଲାଦେଶରେ ଭୂମିକମ୍ପ, ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଆଜି ସକାଳ ୧୦:୧୦ରେ ବାଂଲାଦେଶର ବିଭିନ୍ନ ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲ ଏହାର ତୀବ୍ରତା ୫.୭ ମାପିଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ଥିଲା । ଯାହା ଫଳରେ ପ୍ରାୟ ୧୭ ସେକେଣ୍ଡ ପାଇଁ ଭୂମି ଥରି ଉଠିଥିଲା, ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ । ଭୂମିକମ୍ପ ଯୋଗୁଁ ବାଂଲାଦେଶରେ ୩ ଜଣଙ୍କର ମୃତ୍ୟୁ ହୋଇଥିବ ସୂଚନା ରହିଛି । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓସାଇନ୍ସର ସୂଚନା ଅନୁଯାୟୀ ବାଂଲାଦେଶରେ ୫.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା । ଭୂମିକମ୍ପ ସମୁଦ୍ରପତ୍ତନରୁ ୧୦ କିଲୋମିଟର ଗଭୀରରେ ସୃଷ୍ଟି ହୋଇଥିଲା ।

ଭୂମିକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ଥିଲେ ମଧ୍ୟ ପଶ୍ଚିମବଙ୍ଗର ଅନେକ ଜିଲ୍ଲାରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା । କଲକାତା ଏବଂ ଏହାର ପାଖାପାଖି ଜିଲ୍ଲାରେ ଭୂକମ୍ପ ଫଳରେ ଲୋକମାନେ ଭୟଭୀତ ହୋଇ ଘର ବାହାରକୁ ଦୌଡ଼ି ପଳାଇଥିଲେ । ବାଂଲାଦେଶରେ ଅନେକ କୋଠା ଭୁଶୁଡ଼ି ପଡ଼ିଥିଲା। ବାଂଲାଦେଶ ପୁଲିସ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଇଛି । ଉଲ୍ଲେଖନୀୟ ଯେ ଆଜି ସକାଳେ ପାକିସ୍ତାନରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା। ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଆଜି ସକାଳେ ପାକିସ୍ତାନରେ ୫.୨ ମାପ ଭୂମିକମ୍ପ ହୋଇଥିଲା । ଭୂମିକମ୍ପର କେନ୍ଦ୍ରସ୍ଥଳ ୧୩୫ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories