www.samajalive.in
Monday, December 8, 2025
27.1 C
Bhubaneswar

ଥାନରେ ପଶି ପୁଲିସକୁ ଆକ୍ରମଣ ଘଟଣା : ଆଉ ଜଣେ ଅଭିଯୁକ୍ତ ଗିରଫ

ଭୁବନେଶ୍ବର : ସହିଦନଗର ଥାନରେ ପଶି ପୁଲିସକୁ ଆକ୍ରମଣ କରିବା ଟଣାରେ ବୁଧବାର ଆଉଜଣେ ଅଭିଯୁକ୍ତ ଗିରଫ ହୋଇଥିବା ଜଣାପଡିଛି। ଅଭିଯୁକ୍ତଙ୍କ ନାମ ବାଣୀକଲ୍ୟାଣ ମହାନ୍ତି। ସେ ଶାସକ ଦଳର ଜଣେ ବିଧାୟକଙ୍କ ଖାସ୍ ଲୋକ ହୋଇଥିବା ସୂଚନା ମିଳିଛି। ବାଣୀକଲ୍ୟାଣଙ୍କୁ ମିଶାଇ ଏପର୍ଯ୍ୟନ୍ତ ୪ଜଣ ଗିରଫ ହୋଇଥିବା ଜଣାପଡିଛି।
ସୂଚନା ମୁତାବକ, ଗତ ରବିବାର ଦିନ ମଧ୍ୟରାତିରେ କିଛି ଦୁର୍ବୃତ୍ତ ସହିଦନଗର ଥାନାରେ ପଶି ତୁମୁଳକାଣ୍ଡ ଘଟାଇଥିଲେ । ପୁଲିସ ହେପାଜତରେ ଥିବା ତିନି ଜଣ ଅଭିଯୁକ୍ତଙ୍କୁ ୮ରୁ ୧୦ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିଲେ । ଏହି ସମୟରେ ପୁଲିସ ସେମାନଙ୍କୁ ଅଟକାଇବାରୁ ଆକ୍ରମଣର ଶିକାର ହୋଇଥିଲେ । ଦୁର୍ବୃତ୍ତଙ୍କ ଆକ୍ରମଣରେ ସହିଦନଗର ଥାନା ଆଇଆଇସିଙ୍କ ସମେତ ୪ ଜଣ ଆହତ ହୋଇଥିଲେ । ଦୁର୍ବୃତ୍ତମାନେ ଥାନା ଭିତରେ ଥିବା ଫୁଲକୁଣ୍ଡ, ଚେୟାର, ଟେଲିଫୋନ୍ , ସିସିଟିଭି ଓ ଟିଭିକୁ ମଧ୍ୟ ଭାଙ୍ଗି ଚୁରମାର କରି ଦେଇଥିଲେ ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories