www.samajalive.in
Monday, December 8, 2025
13.1 C
Bhubaneswar

ଆଜି ବିଜେଡି ପିଏସି ବୈଠକ

ଭୁବନେଶ୍ବର: ନୂଆପଡ଼ା ଉପ ନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜେଡିର ରାଜନୈତିକ ବ୍ୟାପାର କମିଟି (ପିଏସି) ବୈଠକ ବସିବାକୁ ଯାଉଛି। ଶନିବାର ସନ୍ଧ୍ୟା ୬ଟାରେ ନବୀନ ନିବାସରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ବୈଠକରେ ନୂଆପଡ଼ା ବିପର୍ଯ୍ୟୟ ସମ୍ପର୍କରେ ଚର୍ଚ୍ଚା ହୋଇପାରେ। ଏହାସହ ବାକିଥିବା ସାଙ୍ଗଠନିକ ପ୍ରକ୍ରିୟା ଶେଷ କରିବା ନେଇ ଆଲୋଚନା ହେବାର ସମ୍ଭାବନା ରହିଛି। ଆଗକୁ ୪ ରାଜ୍ୟସଭା ଆସନ ଖାଲି ହେଉଛି। ଏ ଦିଗରେ ଦଳର ରଣନୀତି ନେଇ ବିଚାରବିମର୍ଶ କରାଯାଇପାରେ। ସେହିପରି ଆସନ୍ତା ଡିସେମ୍ବର ୨୬ରେ ଦଳର ପ୍ରତିଷ୍ଠା ଦିବସ ପାଳନ ହେବ। ଏହା ପୂର୍ବରୁ ନେତୃତ୍ବ ନେଇ ଦଳ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରେ ବୋଲି ଚର୍ଚ୍ଚା ହେଉଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories