www.samajalive.in
Sunday, December 7, 2025
23.1 C
Bhubaneswar

ଦିଲ୍ଲୀରୁ ଫେରି ସିଧାସଳଖ ଲୋକସେବା ଭବନ ଆସିଲେ: ସରକାରୀ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିନି ଦିନିଆ ଦିଲ୍ଲୀ ଗସ୍ତରୁ ଫେରି ସିଧାସଳଖ ଲୋକସେବା ଭବନ ଆସି ସରକାରୀ କାର୍ଯ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୂଚନାଯୋଗ୍ୟ ଯେ ଗତ ଶୁକ୍ରବାର ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ଦୁଇଟି କାର୍ଯ୍ୟକ୍ରମ ଏବଂ ରାଜ୍ୟ କ୍ୟାବିନେଟ୍ ବୈଠକ ପରେ ରାତିରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଥିଲେ। ଶନିବାର ଦିଲ୍ଲୀରେ ଭାରତ ଆନ୍ତର୍ଜାତୀକ ବାଣିଜ୍ୟ ମେଳାରେ ଯୋଗଦେବା ସହିତ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ମଧ୍ୟ କରିଛନ୍ତି। ଆଜି ସକାଳ ୭ଟା ବେଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ବିନା ବିଶ୍ରାମରେ ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଲୋକସେବା ଭବନକୁ ଆସି ସରକାରୀ କାର୍ଯ୍ୟ କରିଛନ୍ତି। ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କର କେନ୍ଦୁଝର ଜିଲ୍ଲାରେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ରହିଛି।

ଓଡିଶା ପାଇଁ ଏବଂ ଓଡିଶାବାସୀଙ୍କ ପାଇଁ ଦିନରାତି ଏକ କରି ମୁଖ୍ୟମନ୍ତ୍ରୀ  କଠିନ ପରିଶ୍ରମ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଭାଷାରେ ଲୋକଙ୍କ ସେବା କରିବା ପାଇଁ ଏବଂ ଏକ ସମୃଦ୍ଧ ଓଡିଶା ଗଠନ କରିବା ପାଇଁ ଆମକୁ ଆହୁରି ପରିଶ୍ରମ କରିବାକୁ ପଡିବ।

- Advertisement -

 

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories