www.samajalive.in
Friday, December 5, 2025
23.1 C
Bhubaneswar

ନିଆଁ ଲାଗି ଜଳିଗଲା ୧୦ ବଖରା ଘର

ଗୁଣପୁର: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର। ରାୟଗଡ଼ା ଜିଲ୍ଲା ଗୁଣୁପୁର ବେବର୍ତ୍ତା ଢିପସାହିରେ ଅଗ୍ନିକାଣ୍ଡ ଘଟିଛି । ୩ଟି ପରିବାରର ୧୦ ବଖରା ଘର ପୋଡି ପାଉଁଶ ହୋଇଯାଇଛି। । ୩ଟି ପରିବାରର ଲୋକ ଦିନ ମଜୁରିଆ ଭାବେ କାମ କରନ୍ତି । ସମସ୍ତେ କାମ କରିବାକୁ ଯାଇଥିବା ବେଳେ ଘରେ କେହି ନଥିବାବେଳେ ନିଆଁ ଲାଗିଯାଇଥିଲା। ଅଗ୍ନିଶମବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିଲେ । ବର୍ତ୍ତମାନ୍ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଦୀପ ନିଆଁରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଅଗ୍ନି ବିପନ୍ନ ସମସ୍ତ ଗରିବ ଓ ଦିନ ମଜୁରିଆ ଶ୍ରେଣୀର ହୋଇଥିବାରୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories