www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ସିଜେଆଇ ଭାବେ ଶପଥ ନେବେ ଜଷ୍ଟିସ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ: ଭାରତର ୫୩ତମ ପ୍ରଧାନ ବିଚାରପତି (ସି​‌େ​‌ଜଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ସୋମବାର ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍‌, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

୧୯୬୨ ଫେବୃଆରୀ ୧୦ରେ ହରିୟାଣାର ହିସାରରେ ଜନ୍ମ ଗ୍ରହଣ କରିଥିବା ଜଷ୍ଟିସ ସୂର୍ଯକାନ୍ତ ୧୯୮୧ରେ ହିସାରର ସରକାରୀ ପୋଷ୍ଟଗ୍ରାଜୁଏଟ୍ କଲେଜରୁ ସ୍ନାତକ ଡିଗ୍ରୀ ଓ ୧୯୮୪ରେ ରୋହତକର ମହର୍ଷି ଦୟାନନ୍ଦ ୟୁନିଭର୍ସିଟିରୁ ଆଇନରେ ସ୍ନାତକ ଡିଗ୍ରୀ ପାସ୍ କରିଥିଲେ। ୨୦୧୧ରେ ସେ କୁରୁକ୍ଷେତ୍ର ବିଶ୍ବବିଦ୍ୟାଳୟର ଡାଇରେକ୍ଟୋରେଟ୍ ଅଫ୍ ଡିଷ୍ଟାନ୍ସ ଏଜୁକେସନରୁ ଆଇନରେ ମାଷ୍ଟର ଡିଗ୍ରୀ ହାସଲ କରିଥିଲେ। ୧୯୮୫ରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ଆଇନ ଅଭ୍ୟାସ କରିବାକୁ ଚଣ୍ଡିଗଡ ଚାଲିଆସିଥିଲେ। ଏହି ସମୟରେ ସେ ବିଭିନ୍ନ ବିଶ୍ବବିଦ୍ୟାଳୟ, ବୋର୍ଡ, କର୍ପୋରେସନ, ବ୍ୟାଙ୍କର ଆଇନ ଅଧିକାରୀ ଭାବେ ପ୍ରତିନିଧିତ୍ବ କରିଥିଲେ।

- Advertisement -

୨୦୦୦ ଜୁଲାଇ ୭ରେ ହରିୟାଣାର ଆଡଭୋକେଟ୍ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ। ୨୦୦୧ ମାର୍ଚ୍ଚରେ ସେ ବରିଷ୍ଠ ଆଇନଜୀବୀର ମାନ୍ୟତା ପାଇଥିଲେ। ୨୦୦୪ ଜାନୁଆରୀ ୯ରେ ସେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୮ ଅକ୍ଟୋବର ୫ରେ ସେ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ୨୦୧୯ ମେ ୨୪ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ ପଦୋନ୍ନତି ପାଇଥିଲେ। ଏବେ ସେ ସୁପ୍ରିମକୋର୍ଟର ଲିଗାଲ ସର୍ଭିସ୍‌ କମିଟିର ଚେୟାରମ୍ୟାନ ଅଛନ୍ତି। ଜଷ୍ଟିସ ସୂର୍ଯ୍ୟକାନ୍ତ ୨୦୨୭ ଫେବୃଆରୀ ୯ରେ ଅବସର ଗ୍ରହଣ କରିବେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories