www.samajalive.in
Friday, December 5, 2025
23.1 C
Bhubaneswar

୨୭ ଯାଏ ଘୁଞ୍ଚିଲା ଓଟିଇଟି ଆବେଦନ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)ର ଆବେଦନ ଅବଧି ବୃଦ୍ଧି ପାଇଛି। ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ଆବେଦନ କରିପାରିବେ। ପୂର୍ବରୁ ନଭେମ୍ବର ୨୫ ତାରିଖ ଯାଏ ଆବେଦନର ଅବଧି ରହିଥିଲା;କିନ୍ତୁ ୱେବସାଇଟ୍‌ରେ ତ୍ରୁଟି ଦେଖିବାକୁ ମିଳିଥିଲା। ଆଶାୟୀମାନେ ଆବେଦନ କରୁଥିଲେ ମଧ୍ୟ ପ୍ରକ୍ରିୟା ଅସମ୍ପୂର୍ଣ୍ଣ ରହୁଥିଲା। ଏପରିକି ୱେବସାଇଟ୍‌ ଖୋଲୁନଥିଲା। ଯେଉଁଥି ପାଇଁ ଅସନ୍ତୋଷ ପ୍ରକାଶ ପାଇବାରେ ଲାଗିଥିବାବେଳେ ଏହାକୁ ଦୃଷ୍ଟିରେ ରଖି ବୋର୍ଡ କର୍ତ୍ତୃପକ୍ଷ ଅବଧି ବୃଦ୍ଧି କରିଛନ୍ତି।

ସୂଚନାଯୋଗ୍ୟ ଯେ, ଆସନ୍ତା ଡିସେମ୍ବର ୧୭ରେ ଓଟିିଇଟି ଅନୁଷ୍ଠିତ ହେବ। ପୂର୍ବାହ୍ଣ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ଏବଂ ଅପରାହ୍ଣ ୨ଟାରୁ ୪.୩୦ ମିନିଟ୍‌ ପର୍ଯ୍ୟନ୍ତ ପେପର-୨ ଆଶାୟୀ ପରୀକ୍ଷା ଦେବେ। ଏଥିନିମନ୍ତେ ଫର୍ମ ପୂରଣ ପ୍ରକ୍ରିୟା ଗତ ନଭେମ୍ବର ୧୨ ରୁ ଆରମ୍ଭ ହୋଇଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories