www.samajalive.in
Sunday, December 14, 2025
26.1 C
Bhubaneswar

ସପ୍ତାହେ ପର୍ଯ୍ୟନ୍ତ ନାହିଁ ବର୍ଷା : ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା

ଭୁବନେଶ୍ୱର: ଇତିମଧ୍ୟରେ ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ତେବେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ।

ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ ଅବପାତର ରୂପ ନେଇଛି। ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ। ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ। ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡିଶା ଉପରେ ରହିବ ନାହିଁ। କିଛି ସ୍ଥାନରେ ମେଘୁଆ ପାଗ ଦେଖାଯିବ , ଶୀତର ପ୍ରଭାବ ସାମାନ୍ୟ ରହିବ। କାଲିଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ ଏବଂ ଶୀତ ଅନୁଭବନ ହେବ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories