www.samajalive.in
Friday, December 5, 2025
23.1 C
Bhubaneswar

ବିଧାୟକ କରିପାରିବେନି ଶିକ୍ଷକଙ୍କ ବଦଳି ସୁପାରିସ: ହାଇକୋର୍ଟ

କଟକ: ବିଧାୟକ ଓ ସାଂସଦ ୧୫ ଜଣ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିବା ନିଷ୍ପତ୍ତିକୁ ବିରୋଧ କରି ଆଗତ ମାମଲାରେ ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କ ୧୩ ମେ ୨୦୨୫ ଆଦେଶକୁ ରଦ୍ଦ କରିଛନ୍ତି। ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ଅଦାଲତ ନାପସନ୍ଦ କରିବା ସହ ବିଧାୟକଓ ସାଂସଦଙ୍କ ସୁପାରିସରେ ହୋଇଥିବା ସମସ୍ତ ବଦଳି ବାତିଲ କରିବାକୁ ନିର୍ଦେଶ ଦେଇଛନ୍ତି। ତେବେ ବଦଳି ବାତିଲ ଆଦେଶ ଶିକ୍ଷା ବର୍ଷ ଅଧାରୁ ନୁହେଁ, ଶିକ୍ଷା ବର୍ଷ ଶେଷ ପରେ ନିଜ ସ୍ଥାନକୁ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଫେରାଇ ଅଣାଯିବ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି। ଯେଉଁମାନେ ସାଂସଦ-ବିଧାୟକଙ୍କ ସୁପାରିସରେ ବଦଳି ହୋଇଥିଲେ ସେମାନେ ନିଜର ପୂର୍ବ ସ୍କୁଲକୁ ଫେରିବେ। ବିଚାରପତି ଦୀକ୍ଷିତ କୃଷ୍ଣ ଶ୍ରୀପଦ ଏ ସଂକ୍ରାନ୍ତରେ ଦାୟର ୩୦ରୁ ଅଧିକ ରିଟ୍‌ ପିଟିସନ୍‌କୁ ଏକତ୍ର ଶୁଣାଣି କରି ଗୁରୁବାର ଏହି ରାୟ ପ୍ରକାଶ କରିଛନ୍ତି।

ବିଧାୟକ ଓ ସାଂସଦ ନିଜ ନିର୍ବାଚନମଣ୍ଡଳୀର ୧୫ ଜଣ ଯୋଗ୍ୟ ଶିକ୍ଷକଙ୍କୁ ବଦଳି ସୁପାରିସ କରିପାରିବେ ବୋଲି ରାଜ୍ୟ ସରକାର ଚଳିତ ବର୍ଷ ନୀତିଗତ ନିଷ୍ପତ୍ତି ନେଇଥିଲେ। ସରକାରଙ୍କ ଏପରି ନୀତି ନ୍ୟାୟସଙ୍ଗତ ନୁହେଁ ଏବଂ ଏହାଦ୍ବାରା ଶିକ୍ଷକଙ୍କ ବଦଳି ପ୍ରସଙ୍ଗ ପ୍ରଭାବିତ ହୋଇଥିବା ଅଭିଯୋଗ ହୋଇଥିଲା। ରଞ୍ଜନ କୁମାର ତ୍ରିପାଠୀ ଓ ଅନ୍ୟମାନଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଯୁଗ୍ମ ସଚିବଙ୍କ ପକ୍ଷରୁ ୨୦୨୫ ମେ’ ୧୩ରେ ପତ୍ର ମାଧ୍ୟମରେ ମାଧ୍ୟମିକ ଶିକ୍ଷା ନିର୍ଦେଶକ ଓ ପ୍ରାଥମିକ ଶିକ୍ଷା ନିର୍ଦେଶକଙ୍କୁ ଏପରି ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଯାଇଥିଲା। ପ୍ରତି ବିଧାୟକ ଓ ସାଂସଦ ୧୫ଜଣ ଯୋଗ୍ୟ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିପାରିବେ ବୋଲି ସରକାରଙ୍କ ନିଷ୍ପତ୍ତି ଯୋଗୁଁ ଆବେଦନକାରୀ ପ୍ରଭାବିତ ହୋଇଛନ୍ତି। ଏଭଳି ନିଷ୍ପତ୍ତି ନେବା ପାଇଁ ସରକାରଙ୍କ କ୍ଷମତା ନାହିଁ ଓ ଯୁକ୍ତିଯୁକ୍ତ ନୁହେଁ ବୋଲି ଆବେଦନକାରୀ ଦର୍ଶାଇଥିଲେ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories