www.samajalive.in
Saturday, December 13, 2025
14.1 C
Bhubaneswar

୧୫ ମାଓବାଦୀଙ୍କ ଆତ୍ମସମର୍ପଣ

ମୁମ୍ବାଇ: ଦିନକୁ ଦିନ ଭୁଶୁଡ଼ୁଛି ମାଓଗଡ଼। ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍‌ଏମ୍‌ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ସମସ୍ତଙ୍କ ମୁଣ୍ଡରେ ମୋଟ ୯୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ବେଳେ ଅନନ୍ତ ନାଁରେ ୨୪ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା ଥିଲା। ଏମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି। ତେବେ ଗତ ଫେବ୍ରୁଆରୀରେ ଅନନ୍ତ ଆତ୍ମସମର୍ପଣ କରିବ ବୋଲି ଘୋଷଣା କରିଥିଲେ ।

ଅନ୍ୟପଟେ ମଧ୍ୟପ୍ରଦେଶ-ମହାରାଷ୍ଟ୍ର-ଛତିଶଗଡ ସ୍ପେଶାଲ ଜୋନାଲ କମିଟି ନକ୍ସଲ ସଙ୍ଗଠନର ଶତାଧିକ ମାଓବାଦୀ ସରକାରଙ୍କ ନିକଟରେ ଆତ୍ମସମର୍ପଣ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ଏମ୍‌ଏମ୍‌ସି ମୁଖପାତ୍ର ତଥା ମାଓନେତା ଅନନ୍ତଙ୍କ ପକ୍ଷରୁ ଏକ ଚିଠି ଜାରି କରାଯାଇଛି। ସେଥିରେ ସେ ଲେଖିଛନ୍ତି ସଙ୍ଗଠନର ଶତାଧିକ ସଦସ୍ୟ ଆସନ୍ତା ଜାନୁଆରୀ ୧ରେ ଆତ୍ମସମର୍ପଣ କରିବେ। ତେଣୁ ବର୍ତ୍ତମାନ ଜାରି ରହିଥିବା ନକ୍ସଲ ଦମନ ଅଭିଯାନକୁ ସେ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ସେ ଛତିଶଗଡ଼ ସରକାରଙ୍କ ନିକଟରେ ଅପିଲ କରିଛନ୍ତି।

Hot this week

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

Related Articles

Popular Categories