www.samajalive.in
Friday, December 5, 2025
23.1 C
Bhubaneswar

ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ପାଳିତ

ଡ଼େସ୍କ: ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ କେନ୍ଦୁଝର ଜିଲ୍ଲା ସଦର ବ୍ଲକ ଅଧୀନ ଶିରୀଶପାଳ ଗ୍ରାମ ପଂଚାୟତ ଠାରେ ମହାନ ସ୍ୱାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ଅବସରରେ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ଶୀର୍ଷକ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଦୁଇ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସୂଚନାଧର୍ମୀ ବିଷୟବସ୍ତୁ ସ୍ଥାନ ପାଇଥିଲା। ତେବେ ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ କେଦାର କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବରିଷ୍ଠ ଆଇନଜୀବି ବିରଜା ଶଙ୍କର ମିଶ୍ର ମୁଖ୍ୟ ବକ୍ତା ଓ ସମାଜସେବୀ ରତିରଞ୍ଜନ ସାହୁ, ବନଜ ନାୟକ ଏବଂ ନନ୍ଦ କିଶୋର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସ୍ଥାନୀୟ ଗ୍ରାମବାସୀ ଏବଂ ମା’ ମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ପରେ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରି ମୁଖ୍ୟ ଅତିଥି ଓ ମୁଖ୍ୟ ବକ୍ତା ଭାରତ ସରକାରଙ୍କ ବିଭିନ୍ନ ଯୋଜନା ଦ୍ୱାରା କିଭଳି ଜନଜାତି ସମୁଦାୟଙ୍କ ଉନ୍ନତି ହୋଇପାରୁଛି, ସେ ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରିଥିଲେ। ଜନଜାତି ଭାଇ ଭଉଣୀଙ୍କ ପ୍ରଗତି ଲାଗି କେନ୍ଦ୍ର ସରକାର ପ୍ରଣୟନ କରୁଥିବା ବିଭିନ୍ନ ଯୋଜନା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।

ଆଜିର କାର୍ଯ୍ୟକ୍ରମରେ ଗତକାଲି ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ।କେନ୍ଦୁଝର ସିବିସିର ସହକାରୀ ନିର୍ଦେଶକ ପାର୍ଥସାରଥୀ ମଲ୍ଲିକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଦୀପ କୁମାର ନାୟକ ସହଯୋଗ କରିଥିଲେ। ରୟାଲ ମ୍ୟାଜିକ ଶୋ’ର ମ୍ୟାଜିସିଆନ ବିମଲ ବିଶ୍ୱାଳ ଅନେକ ସୂଚନାଧର୍ମୀ ମ୍ୟାଜିକ ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ମହିଳା ଓ ସ୍ଥାନୀୟ ଗ୍ରାମବାସୀ ସାମିଲ ହୋଇଥିଲେ।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories