www.samajalive.in
Monday, December 8, 2025
16.1 C
Bhubaneswar

ଭବିଷ୍ୟତ ପିଢ଼ି ଲାଗି ଜମାହେବ ଡିଏମ୍‌ଏଫ୍‌ ପାଣ୍ଠି

ଭୁବନେଶ୍ବର: ଲୋକସେବା ଭବନରେ ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଜନହିତରେ ଅଧିକ ପାଣ୍ଠି ବିନିଯୋଗ ପାଇଁ ନିର୍ଦେଶ ଦେଇଛନ୍ତି। ଡିଏମଏଫ ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ନିଷ୍ପତ୍ତି ହୋଇଛି। ଡିଏମ୍ଏଫ୍‌ ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଞ୍ଚଳର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଯେଉଁ ଜିଲାରେ ବାର୍ଷିକ ଡିଏମ୍‌ଏଫ୍‌ ପାଣ୍ଠି ୧୦ କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ୍‌ ଏବଂ ଏଫ୍‌ଡିରେ ବିନିଯୋଗ କରାଯିବ। ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ବୈଠକରୁ ହସ୍ତଗତ ସୂଚନା ଅନୁସାରେ ଗତ ଅକ୍ଟୋବର ସୁଦ୍ଧା ରାଜ୍ୟର ୧୧ଟି ଡିଏମ୍‌ଏଫ୍‌ ଜିଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି। ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହା ସହିତ ୧୦ଟି ଜିଲାରେ ଡିଏମ୍‌ଏଫ୍‌ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ବୈଠକ ହୋଇସାରିଛି।

ପ୍ରତ୍ୟେକ ଡିଏମଏଫର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥରୁ ସଂଗୃହୀତ ଡିଏମ୍ଏଫ୍‌ ପାଣ୍ଠିକୁ ସେହି ଜିଲାର ଯେକୌଣସି ସ୍ଥାନରେ ବ୍ୟବହାର କରିବା ପାଇଁ ବିଭାଗୀୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଏହି ପାଣ୍ଠିକୁ ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥାରେ ଖର୍ଚ୍ଚ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା ଯୋଗାଇଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories