www.samajalive.in
Monday, December 8, 2025
24.1 C
Bhubaneswar

ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ଵର: ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷଙ୍କକ ପକ୍ଷରୁ ସୂଚନା ମିଳିଛି। ସବୁ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ସରିବ। ଚଳିତବର୍ଷ ମୋଟ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପୂର୍ବ ବର୍ଷ ଅପେକ୍ଷା ଚଳିତ ବର୍ଷ ପରୀକ୍ଷା କେନ୍ଦ୍ର ବଢ଼ାଯାଇଛି।

ମୋଟ୍ ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ଡିସେମ୍ବର ୧୫ ତାରିଖ ସୁଦ୍ଧା ଆଡମିଟ୍ କାର୍ଡ ପ୍ରଦାନ କରାଯିବ। ସମସ୍ତ ୨୧୦ଟି ହବ୍ ଏଆଇ କ୍ୟାମେରା ସର୍ଭେଲାନ୍ସରେ ରହିବ। ଜାନୁଆରୀ ୨ ତାରିଖରୁ ୧୫ ତାରିଖ ମଧ୍ୟରେ ପ୍ରାକ୍ଟିକାଲ୍‌ ପରୀକ୍ଷା ହେବ। ପ୍ରଥମଥର ପ୍ରାକ୍ଟିକାଲ ପରୀକ୍ଷାରେ ଓ୍ବେବ୍‌ କାଷ୍ଟ , ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥା ହେବ। ୪୦ ଦିନରେ ଫଳାଫଳ ପ୍ରକାଶ ପାଇବ। କପି ରୋକିବାକୁ ଏଆଇ ସହାୟତା ନିଆଯିବ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories