www.samajalive.in
Friday, December 5, 2025
23.1 C
Bhubaneswar

ମତ୍ସ୍ୟଜୀବୀଙ୍କ ଜାଲରେ ବିଶାଳ ସାର୍କ, ଦେଖିବାକୁ ପ୍ରବଳ ଗହଳି

ଜଳେଶ୍ବର: ଜାଲରେ ପଡିଲା ୫୦ କ୍ବିଣ୍ଟାଲରୁ ଅଧିକ ଓଜନର ମାଛ । ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମି ନିକଟରେ ମତ୍ସ୍ୟଜୀବୀଙ୍କ ଜାଲରେ ଏକ ବିଶାଳ ସାର୍କ ମାଛ ପଡିଥିବା ଦେଖିବାକୁ ମିଳିଛି। ଯାହାର ଲମ୍ବ ପ୍ରାୟ ୩୦ ଫୁଟରୁ ଅଧିକ ହେବ । କିଛି ମତ୍ସ୍ୟଜୀବୀ ଆଜି ସକାଳେ ମାଛ ମାରିବା ପାଇଁ ଭୁଟୁଭୁଟିରେ ମଝି ସମୁଦ୍ରକୁ ଯାଇଥିଲେ। ସେଠାରେ ସାର୍କର ମୃତଦେହ ଭାସୁଥିବା ଦେଖି ସେମାନେ ଏହାକୁ ତାଳସାରୀ ବେଳାଭୂମି ନିକଟକୁ ଟାଣି ଆଣିଥିଲେ । ପ୍ରାୟ ୧୦୦ରୁ ଅଧିକ ଲୋକ ମାଛଟିକୁ ଦଉଡିରେ ବାନ୍ଧି ଉପରକୁ ଆଣିଥିଲେ । ସାର୍କ ମାଛକୁ ଦେଖିବା ପାଇଁ ଲୋକଙ୍କ ଗହଳି ଲାଗିଛି ।

ସେପଟେ ବୁଧବାର ସକାଳେ ମଧ୍ୟ ପଶ୍ଚିମବଙ୍ଗ ପୂର୍ବ ମେଦିନିପୁର ଜିଲ୍ଲା ଅନ୍ତର୍ଗତ ବଙ୍ଗୋପସାଗର ଦୀଘା ମୁହାଣରେ ଏକ ବିଶାଳକାୟ ସାର୍କ ଲାଗିଥିଲା । ଗତକାଲି କିଛି ସ୍ଥାନୀୟ ମତ୍ସ୍ୟଜୀବୀ ସମୁଦ୍ରକୁ ମାଛ ଧରିବା ପାଇଁ ଟ୍ରଲର୍‌ ଯୋଗେ ଯାଇଥିବା ବେଳେ ୨ କୁଇଣ୍ଟାଲ ୧୦ କିଲୋ ଓଜନର ଏହି ମୃତ ସାର୍କଟି ଜାଲରେ ପଡ଼ିଥିଲା ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories