www.samajalive.in
Friday, December 5, 2025
23.1 C
Bhubaneswar

ରୁଷ ରାଷ୍ଟ୍ରପତି ପୁଟିନଙ୍କ ଆଜି ଦିନର କାର୍ଯ୍ୟସୂଚୀ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଆସିଥିବା ବେଳେ ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ । ଆଜି ତାଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯିବ । ସକାଳ ୧୧ଟାରେ ପୁଟିନ ରାଷ୍ଟ୍ରପତି ଭବନ ଯିବେ, ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରିବେ । ଏହାପରେ ସକାଳ ୧୧ଟା ୩୦ରେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ ପୁଟିନ । ପରେ ୧୧ଟା ୫୦ରେ ହାଇଦରାବାଦ ହାଉସରେ ୨୩ତମ ରୁଷ-ଭାରତ ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ, ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ-ପୁଟିନଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ ।

ଏହାପରେ ଅପରାହ୍ନ ୧ଟା ୫୦ମିନିଟରେ ମୋଦୀ-ପୁଟିନ ମିଳିତ ପ୍ରେସ କନଫରେନ୍ସିଂ କରିବେ । ଅପରାହ୍ନ ୩ଟା ୪୦ମିନିଟେ ଶିଳ୍ପୋଦ୍ୟୋଗୀଙ୍କ ବୈଠକରେ ଯୋଗଦେବେ ପୁଟିନ । ସନ୍ଧ୍ୟା ୭ଟାରେ ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ବାସଭବନରେ ନୈଶ ଭୋଜିର ଆୟୋଜନ ହୋଇଛି । ପୁଟିନ ଏଥିରେ ସାମିଲ ହେବା ପରେ ରାତି ୯ଟରେ ରୁଷ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories