www.samajalive.in
Friday, December 5, 2025
26.1 C
Bhubaneswar

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା ବୃଦ୍ଧ ଦୂତିକୃଷ୍ନ ମୁଖି ନିଆଁରେ ପୋଡି ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଆଜି ସକାଳେ ଦୁତି କୃଷ୍ଣ ନିଜ ଘରେ ନିଆଁ ପୁଆଁଉଥିଲେ। ଅସାବଧାନତା ବଶତଃ ତାଙ୍କ ଦେହରେ ନିଆଁ ଲାଗିଯିବାରୁ ସେ ନିଆଁରେ ପୋଡି ଗୁରୁତର ହୋଇଥିଲେ। ତାଙ୍କୁ ହରଭଙ୍ଗା ଅଗ୍ନିଶମ ବାହିନୀ ଉଦ୍ଧାର କରି ପ୍ରଥମେ ପୁରୁଣା କଟକ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି  କରାଯାଇଥିଲା, ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି।

ଦୂତିକୃଷ୍ନ ମୁଖିଙ୍କ ଶରୀରର ୫୦ ଭାଗ ପୋଡ଼ି ଯାଇଥିବା ସୂଚନା ମିଳିଛି। ତାଙ୍କ ନିଜ ଘର କନ୍ଧମାଳ ଜିଲ୍ଲା  ଟିକାବାଲି ଥାନା ଟୁଡୁବାଲି  ଗ୍ରାମ ହୋଇଥିବା ବେଳେ ସେ ଚାରିଛକରେ ଏକାକୀ ଦୀର୍ଘ ଦିନ ହେଲା ରହିଆସୁଥିଲେ।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories