www.samajalive.in
Friday, December 5, 2025
27.1 C
Bhubaneswar

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକ । ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି । ଆଦେଶ ଅନୁସାରେ ବର୍ତ୍ତମାନ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବେ । ଅଭିଯୋଗ ଅନୁଯାୟୀ କିଛି ଦିନ ପୂର୍ବେ ସଦର ଥାନା ପୁଲିସ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଥିଲା । ସେଥିରୁ ଦୁଇ କ୍ୱିଣ୍ଟାଲ୍‌ ଗଞ୍ଜେଇର ହିସାବ ମିଳିନଥିଲା । ଏଥିରେ ଥାନା ଅଧିକାରୀ ସତୀଶଙ୍କ ସମ୍ପୃକ୍ତି ଥିବା ନେଇ ଜଣାପଡିବା ପରେ ତାଙ୍କ ନାଁରେ ସରକାରଙ୍କ ନିକଟରେ ଅଭିଯୋଗ ପହଞ୍ଚିଥିଲା । ସେହି ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସୂଚନା ଅନୁସାରେ ନିକଟରେ ସତୀଶ ଇନ୍ସପେକ୍ଟରରୁ ଡିଏସପି ପଦବୀକୁ ପଦୋନ୍ନତି ହୋଇଥିଲେ ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories