www.samajalive.in
Saturday, December 6, 2025
23.1 C
Bhubaneswar

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିସା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ହାଇଦ୍ରାବାଦ ହାଉସରେ ଦ୍ବିପାକ୍ଷିକ ଆଲୋଚନା ସମ୍ପନ୍ନ ହୋଇଛି। ଏହି ଆଲୋଚନା ପରେ ଦୁଇ ଦେଶ ମଧ୍ୟରେ ହୋଇଥିବା ବୁଝାମଣା ସମ୍ପର୍କରେ ତଥ୍ୟ ଆଦାନପ୍ରଦାନ କରାଯାଇଛି। ମୋଦୀ ଏବଂ ପୁଟିନଙ୍କ ମଧ୍ୟରେ ୭ଟି ବୁଝାମଣା ସମ୍ପର୍କରେ ସହମତି ହୋଇଛି। ବିଶେଷ କରି ପ୍ରବାସୀ, ସ୍ବାସ୍ଥ୍ୟ, ମେଡିକାଲ ଶିକ୍ଷା, ଖାଦ୍ୟ ସୁରକ୍ଷା, ଜାହାଜ ନିର୍ମାଣ, ରସାୟନିକ ଏବଂ ସାର ଭଳି ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ବୁଝାମଣା ହୋଇଛି।

ପୁଟିନଙ୍କ ସହିତ ହୋଇଥିବା ମିଳିତ ସାମ୍ବାଦିକ ସମ୍ମିଳନୀରେ ମୋଦୀ ରୁଷବାସୀଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ ଘୋଷଣା କରିଥିଲେ। ଭାରତ ପକ୍ଷରୁ ରୁଷର ନାଗରିକଙ୍କ ପାଇଁ ମାଗଣା ପର୍ଯ୍ୟଟକ ଭିସା ଆରମ୍ଭ ହୋଇଛି। ଏହି ଇ-ଭିସା ୩୦ ଦିନ ପାଇଁ ବୈଧ ରହିବ ବୋଲି ମୋଦୀ କହିଥିଲେ।

- Advertisement -

ଏସବୁ ବ୍ୟତୀତ ଯେଉଁ ୭ଟି ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ବୁଝାମଣା ହୋଇଛି ସେସବୁ ହେଉଛି:-

୧- ସହଯୋଗ ଏବଂ ପ୍ରବାସନ ବୁଝାମଣା(ଏଗ୍ରିମେଣ୍ଟ ଅନ୍‌ କୋଅପରେସନ ଆଣ୍ଡ ମାଇଗ୍ରେସନ)

୨- ଅସ୍ଥାୟୀ ଶ୍ରମ କ୍ରିୟାକଳାପ(ଟେମ୍ପୋରାରୀ ଲେବର ଆକ୍ଟିଭିଟିଜ)

୩- ସ୍ବାସ୍ଥ୍ୟସେବା ଏବଂ ମେଡିକାଲ ଶିକ୍ଷା(ଏଗ୍ରିମେଣ୍ଟ ଅନ ହେଲ୍‌ଥ କେୟାର, ମେଡିକାଲ ଏଜୁକେଶନ)

୪- ଖାଦ୍ୟ ସୁରକ୍ଷା ଏବଂ ଗୁଣବତ୍ତା(ଫୁଡ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡ୍ସ)

୫- ଜାହାଜ ନିର୍ମାଣ

୬- ସାମୁଦ୍ରିକ ସହଯୋଗ

୭- କୃଷିସାର

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories