www.samajalive.in
Sunday, December 7, 2025
14.1 C
Bhubaneswar

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଆଜି ଏ ନେଇ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି। ଭାରତର ପ୍ରଧାନ ବିଚାରପତିଙ୍କୁ ଏହି ମାମଲାରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରାଯାଇଛି । ସୁପ୍ରିମକୋର୍ଟ ଏହି ମାମଲାରେ ସ୍ୱତଃ ତଦନ୍ତ କରନ୍ତୁ ବୋଲି ନିବେଦନ କରିଛନ୍ତି। ତୁରନ୍ତ ଏହି ମାମଲାର ଶୁଣାଣି ପାଇଁ ଏକ ସ୍ୱତନ୍ତ୍ର ଖଣ୍ଡପୀଠ ଗଠନ କରାଯାଉ ବୋଲି ଯାତ୍ରୀମାନେ କହିଥିଲେ।

ଡିଜିସିଏ ଇଣ୍ଡିଗୋ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି କହିଛି ଯେ ଇଣ୍ଡିଗୋ ଏହାର ନୂଆ ଡ୍ୟୁଟି ନିୟମ କାର୍ଯ୍ୟକାରୀ କରିବା ଓ ଉପଯୁକ୍ତ କ୍ରୁ ପରିଚାଳନା କରିବାରେ ବିଫଳ ହୋଇଥିବାରୁ ସମସ୍ତ ଉଡାଣ ବାଧାପ୍ରାପ୍ତ ହୋଇଥିଲା। ସେପଟେ ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ କହିଛନ୍ତି ଯେ ଇଣ୍ଡିଗୋର ଖରାପ କ୍ରୁ ପରିଚାଳନା ଏବଂ ଡିଜିସିଏ ନିୟମାବଳୀର ଭୁଲ ପରିଚାଳନା ଯୋଗୁଁ ଇଣ୍ଡିଗୋ ବର୍ତ୍ତମାନ ଏହି ସମସ୍ୟାର ସମ୍ମୁଖୀନ ହେଉଛି। କେଉଁଠାରେ ଭୁଲ୍ ରହିଛି ଓ ଏପରି ପରିସ୍ଥିତି ପାଇଁ କିଏ ଦାୟୀ ଏହାର ତଦନ୍ତ କରାଯିବ ଉଚିତ୍ ଓ ଦୋଷୀ ଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍ ବୋଲି ସେ କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories