www.samajalive.in
Sunday, December 7, 2025
18.1 C
Bhubaneswar

ଗୋଆ ବିସ୍ଫୋରଣରେ ୨୫ ମୃତ : ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଗୋଆ: ଆର୍‌ପୋରାର ନାଇଟ୍ କ୍ଲବ୍‌ରେ ଭୟଙ୍କର ବିସ୍ଫୋରଣ ଘଟିଛି। ଗ୍ୟାସ୍‌ ସିଲିଣ୍ଡର ଫାଟି ଯିବାରୁ ୨୫ ଜଣ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କ ମଧ୍ୟରେ ୩ ଜଣ ରୋଷେୟା, ୪ ଜଣ ପର୍ଯ୍ୟଟକ ଥିବା ନେଇ ଗୋଆ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଅଧିକାରୀଙ୍କ କହିବା ଅନୁଯାୟୀ, ଗତକାଲି ମଧ୍ୟରାତ୍ରିରେ ଉତ୍ତର ଗୋଆର ବିର୍ଚ ବାଇ ରୋମିଓ ଲେନ୍ ନାଇଟ୍ କ୍ଲବ୍‌ରେ ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଥିଲା। ଏହାପରେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ଦୁଇ ଘଣ୍ଟାର ପ୍ରୟାସ ପରେ ନିଆଁକୁ ଆୟତ୍ତ କରିଥିଲେ। ମୃତକଙ୍କ ମଧ୍ୟରେ ଅନେକ ଲୋକ କ୍ଲବର କର୍ମଚାରୀ ହୋଇଥିବା ଆଶଙ୍କା କରାଯାଉଛି।

ତେବେ ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ୍ସ ରେ କହିଛନ୍ତି, “ଉତ୍ତର ଗୋଆ ଜିଲ୍ଲାରେ ଘଟିଥିବା ଏହି ଦୁଃଖଦ ଅଗ୍ନିକାଣ୍ଡ ଘଟଣାରେ ମୁଁ ଗଭୀର ଦୁଃଖିତ, ଯାହା ଅନେକ ମୂଲ୍ୟବାନ ଜୀବନ ନେଇଛି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା। ଏହି କଷ୍ଟକର ସମୟରେ ସେମାନେ ସାହସ ପାଆନ୍ତୁ। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।”

- Advertisement -

ଅନ୍ୟପଟେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, “ଗୋଆର ଆରପୋରାରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି। ମୁଁ ପରିସ୍ଥିତି ବିଷୟରେ ଗୋଆର ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତ ଜୀଙ୍କ ସହ କଥା ହୋଇଛି। ରାଜ୍ୟ ସରକାର ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେଉଛନ୍ତି।”

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories