www.samajalive.in
Monday, December 8, 2025
27.1 C
Bhubaneswar

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା- ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ମାର୍ଦ୍ଦିଙ୍ଗ ନିକଟରେ ବାଇକକୁ ପଛପଟୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ସ୍ତ୍ରୀର ମୃତ୍ୟୁ ଘଟିଥିବାବେଳେ ସ୍ଵାମୀ ଆହତ ହୋଇଛନ୍ତି। ମୃତକ ଅପରାଜିତା ରାଉତ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଆଜି ସକାଳେ କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ବ୍ରାହ୍ମଣପାଦ ଗାଁର ବିରୁପାକ୍ଷ ସାହୁ ଏବଂ ତାଙ୍କ ପତ୍ନୀ ଅପରାଜିତା ରାଉତ ଉଭୟ ଏକ ବାଇକ ଯୋଗେ ବ୍ରାହ୍ମଣ ପାଦରୁ ପୁରୁଣା କଟକ ସମ୍ପର୍କୀୟ ଘରକୁ ଯାଉଥିଲେ।

ଦୁର୍ଭାଗ୍ୟବଶତଃ ସମାନ ଦିଗରୁ ଆସୁଥିବା ଏକ ଟ୍ରକ ତାଙ୍କୁ ମାର୍ଡିଙ୍ଗ ନିକଟରେ ଧକ୍କା ଦେଇଥିଲା। ଏଥିରେ ପତ୍ନୀ ଅପରାଜିତାଙ୍କୁ ଗୁରୁତର ଅବସ୍ଥାରେ ପୁରୁଣାକଟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ଵାମୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁରୁଣା କଟକ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories