www.samajalive.in
Monday, December 8, 2025
13.1 C
Bhubaneswar

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ ଦେହରେ ନିଆଁ ଲଗାଇ ଜୀବନ ହାରିବାକୁ ଚେଷ୍ଟା କରିଛନ୍ତି। ଆଜି ଆଇଜିଏଚ୍‌ ମେଡିକାଲ୍‌ ଯାଇ ପୀଡିତାଙ୍କୁ ଭେଟିଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ୍ ମହାଲିଙ୍ଗ। ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଭେଟିଛନ୍ତି। ଏବଂ କହିଛନ୍ତି ପୀଡିତାଙ୍କ ଅବସ୍ଥା ଗୁରୁତର ରହିଛି , ଆବଶ୍ୟକ ପଡିଲେ ଏୟାର ଲିଫ୍ଟ କରାଯିବ। ଭୁବନେଶ୍ଵର ଏମ୍ସ କିମ୍ବା ଦିଲ୍ଲୀକୁ ଏୟାରଲିଫ୍ଟ କରାଯାଇପାରେ।

ସୂଚନା ଅନୁଯାୟୀ ରାଜଗାଙ୍ଗପୁର ସରବତୀ ଦେବୀ ମହିଳା ମହାବିଦ୍ୟାଳୟରେ ଯୁକ୍ତ ତିନି ଦ୍ବିତୀୟ ବର୍ଷର ସଂପୃକ୍ତ ଛାତ୍ରୀଜଣଙ୍କ ଗତକାଲି ଅପରାହ୍ନରେ ସେ କଲେଜରୁ ଘରକୁ ଗଲା ପରେ ଗାଁର ଜଣେ ଯୁବକ ସହ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ବିଳମ୍ବିତ ରାତିରେ ସେ ନିଜ ଦେହରେ କିରାସିିନି ଢାଳି ନିଆଁ ଲଗାଇ ଦେଇଥିଲେ। ଘର ଲୋକେ ତାକୁ ଗୁରୁତର ଅବସ୍ଥାରେ ପ୍ରଥମେ ରାଜଗାଙ୍ଗପୁର ଡାକ୍ତରଖାନା ଓ ପରେ ରାଉରକେଲା ଜେନେରାଲ ହସପିଟାଲକୁ ନେଇଥିଲେ।

- Advertisement -

ଆରକ୍ଷୀ ଅଧୀକ୍ଷକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁରୁଷ ବନ୍ଧୁ ନୀଳେଶ ବାରମ୍ବାର ପ୍ରେମ ନିବେଦନ କରୁଥିଲା। ବାଳିକା ମନା କରିବାରୁ ତାକୁ ମାନସିକ ନିର୍ଯାତନା ଦେଉଥିଲା। ଏଥିରେ ଅତିଷ୍ଠ ହୋଇ ବାଳିକାଟି ଆତ୍ମହତ୍ୟା ଉଦ୍ୟମ କରିଥିଲା। ତାଙ୍କ ଦେହର ପ୍ରାୟ ୯୦ ପ୍ରତିଶତ ଜଳି ଯାଇଛି। ପୀଡ଼ିତା ଜଣେ ନାବାଳିକା ଓ ସେ ତା’ ପୁରୁଷ ବନ୍ଧୁର ‌ମାନସିକ ନିର୍ଯାତନାରେ ଅତିଷ୍ଠ ହୋଇ ଜୀବନ ହାରିବାକୁ ଉଦ୍ୟମ କରିଥିବା ସୁନ୍ଦରଗଡ଼ ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ କୌର କହିଛନ୍ତି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories