www.samajalive.in
Thursday, December 11, 2025
16.1 C
Bhubaneswar

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌ ପୁଣି ଥରେ ସାମ୍ନାକୁ ଆସିଛି। ଏହି ମାମଲାରେ ସିବିଆଇ ବିହାରରୁ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଏହି ଅଭିଯୁକ୍ତ ଜଣକ ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ସହଯୋଗୀ ବୋଲି ଜଣାପଡ଼ିଛି। ଗିରଫ କରାଯିବା ପରେ ଅଭିଯୁକ୍ତକୁ ଟ୍ରାନଜିଟ୍‌ ରିମାଣ୍ଡରେ ଅଣାଯାଉଛି।

ସୂଚନାଯୋଗ୍ୟ, ପୁଲିସ ଏସଆଇ ନିଯୁକ୍ତ ଦୁର୍ନୀତି ମାମଲାରେ ପ୍ରଥମେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲା। କିନ୍ତୁ ମାମଲାରେ ଅନ୍ତଃରାଜ୍ୟ ଲିଙ୍କ ସାମ୍ନାକୁ ଆସିବା ପରେ ତଦନ୍ତ ଦାୟିତ୍ଵ ସିବିଆଇକୁ ହସ୍ତାନ୍ତର କରାଯାଇଥିଲା। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥିବାର ସନ୍ଦେହ କରାଯାଉଛି। ଏଥିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବାର ସନ୍ଦେହ ରହିଛି।

- Advertisement -

ତେଣୁ ଏହାର ଉପଯୁକ୍ତ ବିସ୍ତୃତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିବିଆଇ ତଦନ୍ତ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଗ୍ରହଣ କରି କେନ୍ଦ୍ର ସରକାର ଏହାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories