www.samajalive.in
Tuesday, December 9, 2025
15.1 C
Bhubaneswar

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା ଗାଁର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଗାଁରେ ଉତ୍ତେଜନା ଦେଖାଦେଇଛି । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀଙ୍କ ଘରେ ନିଆଁ ଲଗାଇବା ସହ ଭଙ୍ଗାରୁଜା କରିଛନ୍ତି । ଖୋଦ ଜିଲ୍ଲାପାଳ ଘଟଣା ସ୍ଥଳରେ ପହଁଚି ଲୋକଙ୍କୁ ବୁଝାସୁଝା କରିଛନ୍ତି । କଡ଼ା ସୁରକ୍ଷା ଭିତରେ ଗତକାଲି ମହିଳାଙ୍କ ମୃତଦେହ ବ୍ୟବଚ୍ଛେଦ ଶେଷ ହୋଇଛି ।

ରାତି ତମାମ ମାଲକାନଗିରି ଏମଭି ୨୬ ଗାଁରେ ପୁଲିସର ପହରା ଦେଇଥିଲା । ଏମଭି ୨୬ ସମେତ ପାଖ ଆଖ ଗାଁରେ ମଧ୍ୟ ସୁରକ୍ଷା ଯୋଗାଇ ଦିଆଯାଇଛି । ମାଲକାନଗିରି ଜିଲ୍ଲାର ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ଉତ୍ତେଜନା ପରେ ଉଭୟ ଗାଁର ୧୦ କିମି ପରିଧି ମଧ୍ୟରେ ବିଏନ୍‌ଏସ୍‌ ୧୬୩ ଜାରି କରାଯାଇଛି । ପୁଲିସ୍‌ ଓ ବିଏସଏଫ୍ ଯବାନ ମୁତୟନ ରହିଛନ୍ତି । ଏମ୍‌ଭି ୨୬ରେ ଥିବା ଆବାସିକ ବିଦ୍ୟାଳୟ ୪ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories